ନିହିମୀୟା 12

ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍‍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।

Nehemiah 12:23 (UKJV) The sons of Levi, the chief of the fathers, were written in the book of the chronicles, even until the days of Johanan the son of Eliashib.

21ଆମୋକ-ବଂଶର ଏବର; ହିଲ୍‍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ।

22ଇଲୀୟାଶୀବ, ଯୋୟାଦ୍‍ ଓ ଯୋହାନନ୍‍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।

23ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍‍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।

24ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।

25ମତ୍ତନୀୟ ଓ ବକ୍‍ବୁକୀୟ, ଓବଦୀୟ, ମଶୁଲ୍ଲମ୍‍, ଟଲ୍‍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.