ନିହିମୀୟା 12

ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।

Nehemiah 12:27 (UKJV) And at the dedication of the wall of Jerusalem they sought the Levites out of all their places, to bring them to Jerusalem, to keep the dedication with gladness, both with thanksgivings, and with singing, with cymbals, psalteries, and with harps.

25ମତ୍ତନୀୟ ଓ ବକ୍‍ବୁକୀୟ, ଓବଦୀୟ, ମଶୁଲ୍ଲମ୍‍, ଟଲ୍‍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।

26ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ୍‍ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।

27ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।

28ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;

29ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.