ନିହିମୀୟା 12

ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।

Nehemiah 12:29 (UKJV) Also from the house of Gilgal, and out of the fields of Geba and Azmaveth: for the singers had built them villages round about Jerusalem.

27ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।

28ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;

29ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।

30ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।

31ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.