29ମଧ୍ୟ ବେଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ୍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।
30ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।
31ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;
32ପୁଣି, ସେମାନଙ୍କ ପଛେ ହୋଶୟିୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ,
33ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍,