ନିହିମୀୟା 12

ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ

Nehemiah 12:35 (UKJV) And certain of the priests' sons with trumpets; namely, Zechariah the son of Jonathan, the son of Shemaiah, the son of Mattaniah, the son of Michaiah, the son of Zaccur, the son of Asaph:

33ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍‍,

34ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ

35ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ

36ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍‍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;

37ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.