38ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;
39ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।
40ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
41ଆଉ ଇଲୀୟାକୀମ୍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;
42ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲ୍କୀୟ ଓ ଏଲମ୍ ଓ ଏସର୍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।