ନିହିମୀୟା 12

ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।

Nehemiah 12:42 (UKJV) And Maaseiah, and Shemaiah, and Eleazar, and Uzzi, and Jehohanan, and Malchijah, and Elam, and Ezer. And the singers sang loud, with Jezrahiah their overseer.

40ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;

41ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;

42ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।

43ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।

44ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.