ନିହିମୀୟା 12

କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।

Nehemiah 12:46 (UKJV) For in the days of David and Asaph of old there were chief of the singers, and songs of praise and thanksgiving unto God.

44ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।

45ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।

46କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।

47ପୁଣି, ଯିରୁବ୍ବାବିଲ୍‍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.