45ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।
46କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
47ପୁଣି, ଯିରୁବ୍ବାବିଲ୍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।