ନିହିମୀୟା 13

ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।

Nehemiah 13:12 (UKJV) Then brought all Judah the tithe of the corn and the new wine and the oil unto the treasuries.

10ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ।

11ତହିଁରେ “କାହିଁକି ପରମେଶ୍ୱରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି?” ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ୱ ସ୍ୱ ପଦରେ ସେମାନଙ୍କୁ ନିଯୁକ୍ତ କଲି।

12ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।

13ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ଡାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୁରର ପୁତ୍ର ହାନନ୍‍ ରହିଲା; କାରଣ ସେମାନେ ବିଶ୍ୱସ୍ତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା।

14ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.