11ତହିଁରେ “କାହିଁକି ପରମେଶ୍ୱରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି?” ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ୱ ସ୍ୱ ପଦରେ ସେମାନଙ୍କୁ ନିଯୁକ୍ତ କଲି।
12ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।
13ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ଡାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୁରର ପୁତ୍ର ହାନନ୍ ରହିଲା; କାରଣ ସେମାନେ ବିଶ୍ୱସ୍ତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା।
14ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।
15ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।