13ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ଡାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୁରର ପୁତ୍ର ହାନନ୍ ରହିଲା; କାରଣ ସେମାନେ ବିଶ୍ୱସ୍ତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା।
14ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।
15ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।
16ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ।
17ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଏ କି କୁକର୍ମ କରୁଅଛ?