17ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଏ କି କୁକର୍ମ କରୁଅଛ?
18ତୁମ୍ଭମାନଙ୍କ ପିତୃପୁରୁଷମାନେ କʼଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ।”
19ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମବାର କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।
20ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ।
21ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି କ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ।