1ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,
2କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
3ସେତେବେଳେ ସେମାନେ ଏହି ବ୍ୟବସ୍ଥା ଶୁଣି ଇସ୍ରାଏଲ ମଧ୍ୟରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ କଲେ।
4ଏଥିପୂର୍ବେ ଇଲୀୟାଶୀବ ଯାଜକ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଓ ସେ ଟୋବୀୟର କୁଟୁମ୍ବ ଥିଲା,