ନିହିମୀୟା 13

ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ।

Nehemiah 13:24 (UKJV) And their children spoke half in the speech of Ashdod, and could not speak in the Jews' language, but according to the language of each people.

22ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମବାର ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।

23ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;

24ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ।

25ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।

26ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.