24ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ।
25ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।
26ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ।
27ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?”
28ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।