ନିହିମୀୟା 13

ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।

Nehemiah 13:29 (UKJV) Remember them, O my God, because they have defiled the priesthood, and the covenant of the priesthood, and of the Levites.

27ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?”

28ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।

29ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।

30ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିଷ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟାନୁସାରେ ଯାଜକମାନଙ୍କର ଓ ଲେବୀୟମାନଙ୍କର କାର୍ଯ୍ୟ ନିରୂପଣ କଲି;

31ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.