ନିହିମୀୟା 13

ସେତେବେଳେ ସେମାନେ ଏହି ବ୍ୟବସ୍ଥା ଶୁଣି ଇସ୍ରାଏଲ ମଧ୍ୟରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ କଲେ।

Nehemiah 13:3 (UKJV) Now it came to pass, when they had heard the law, that they separated from Israel all the mixed multitude.

1ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,

2କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।

3ସେତେବେଳେ ସେମାନେ ଏହି ବ୍ୟବସ୍ଥା ଶୁଣି ଇସ୍ରାଏଲ ମଧ୍ୟରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ କଲେ।

4ଏଥିପୂର୍ବେ ଇଲୀୟାଶୀବ ଯାଜକ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଓ ସେ ଟୋବୀୟର କୁଟୁମ୍ବ ଥିଲା,

5ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.