28ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।
29ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।
30ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିଷ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟାନୁସାରେ ଯାଜକମାନଙ୍କର ଓ ଲେବୀୟମାନଙ୍କର କାର୍ଯ୍ୟ ନିରୂପଣ କଲି;
31ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।