ନିହିମୀୟା 13

ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।

Nehemiah 13:5 (UKJV) And he had prepared for him a great chamber, where in old times they laid the food offerings, the frankincense, and the vessels, and the tithes of the corn, the new wine, and the oil, which was commanded to be given to the Levites, and the singers, and the porters; and the offerings of the priests.

3ସେତେବେଳେ ସେମାନେ ଏହି ବ୍ୟବସ୍ଥା ଶୁଣି ଇସ୍ରାଏଲ ମଧ୍ୟରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ କଲେ।

4ଏଥିପୂର୍ବେ ଇଲୀୟାଶୀବ ଯାଜକ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଓ ସେ ଟୋବୀୟର କୁଟୁମ୍ବ ଥିଲା,

5ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।

6ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି;

7ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.