1ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି।
2ଏଥିରେ ରାଜା ମୋତେ ପଚାରିଲେ, “ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ।” ତହିଁରେ ମୁଁ ଅତିଶୟ ଭୀତ ହେଲି।
3ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”