ନିହିମୀୟା 2

ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି।

Nehemiah 2:11 (UKJV) So I came to Jerusalem, and was there three days.

9ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।

10ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।

11ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି।

12ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା।

13ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.