ନିହିମୀୟା 2

ତହୁଁ ମୁଁ ନିର୍ଝରଦ୍ୱାର ଓ ରାଜାଙ୍କର ପୁଷ୍କରିଣୀ ପର୍ଯ୍ୟନ୍ତ ଗଲି; ମାତ୍ର ସେଠାରେ ମୋର ବାହନ ପଶୁର ଯିବାର ସ୍ଥାନ ନ ଥିଲା।

Nehemiah 2:14 (UKJV) Then I went on to the gate of the fountain, and to the king's pool: but there was no place for the beast that was under me to pass.

12ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା।

13ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି।

14ତହୁଁ ମୁଁ ନିର୍ଝରଦ୍ୱାର ଓ ରାଜାଙ୍କର ପୁଷ୍କରିଣୀ ପର୍ଯ୍ୟନ୍ତ ଗଲି; ମାତ୍ର ସେଠାରେ ମୋର ବାହନ ପଶୁର ଯିବାର ସ୍ଥାନ ନ ଥିଲା।

15ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ୱକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ୱାର ଦେଇ ପ୍ରବେଶ କରି ଫେରି ଆସିଲି।

16ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.