15ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ୱକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ୱାର ଦେଇ ପ୍ରବେଶ କରି ଫେରି ଆସିଲି।
16ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି।
17ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କି ପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।”
18ତହୁଁ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।
19ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”