18ତହୁଁ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।
19ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”
20ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, “ଯେ ସ୍ୱର୍ଗସ୍ଥ ପରମେଶ୍ୱର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଆମ୍ଭେମାନେ ତାହାଙ୍କର ଦାସ ଏଥିପାଇଁ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ।”