6ତହୁଁ ରାଜା ମୋତେ ପଚାରିଲେ, “(ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ,) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ? ଓ ତୁମ୍ଭେ କେବେ ଫେରି ଆସିବ?” ଏହିରୂପେ ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲା ପରେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେଲେ।
7ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;
8ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।
9ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।
10ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।