ନିହିମୀୟା 3

ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।

Nehemiah 3:10 (UKJV) And next unto them repaired Jedaiah the son of Harumaph, even opposite to his house. And next unto him repaired Hattush the son of Hashabniah.

8ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୂଶାଲମ ଦୃଢ଼ କଲେ।

9ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।

10ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।

11ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।

12ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍‍ ଓ ତାହାର କନ୍ୟାମାନେ ମରାମତି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.