ନିହିମୀୟା 3

ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।

Nehemiah 3:11 (UKJV) Malchijah the son of Harim, and Hashub the son of Pahathmoab, repaired the other piece, and the tower of the furnaces.

9ସେମାନଙ୍କ ନିକଟରେ ଯିରୂଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା।

10ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା। ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା।

11ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।

12ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍‍ ଓ ତାହାର କନ୍ୟାମାନେ ମରାମତି କଲେ।

13ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.