ନିହିମୀୟା 3

ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।

Nehemiah 3:13 (UKJV) The valley gate repaired Hanun, and the inhabitants of Zanoah; they built it, and set up the doors thereof, the locks thereof, and the bars thereof, and a thousand cubits on the wall unto the dung gate.

11ହାରୀମ୍‍‍ର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।

12ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍‍ ଓ ତାହାର କନ୍ୟାମାନେ ମରାମତି କଲେ।

13ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।

14ପୁଣି, ବେଥ୍-ହକ୍କେରମ୍‍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍‍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।

15ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.