15ପୁଣି, ମିସ୍ପା ପ୍ରଦେଶର ଅଧ୍ୟକ୍ଷ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା)।
16ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା।
17ତାହା ନିକଟରେ ଲେବୀୟମାନେ, ଅର୍ଥାତ୍, ବାନିର ପୁତ୍ର ରହୂମ୍ ମରାମତି କଲା। ତାହା ନିକଟରେ କିୟୀଲା ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା।
18ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହେନାଦଦର ପୁତ୍ର ବବୟ ମରାମତି କଲା।
19ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।