1ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
2ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୁର ଗଢ଼ିଲା।
3ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।
4ପୁଣି, ସେମାନଙ୍କ ନିକଟରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।