19ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା।
20ତାହା ନିକଟରେ ସବ୍ବୟର ପୁତ୍ର ବାରୂକ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲୀୟାଶୀବ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
21ତତ୍ପରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଇଲିୟାଶୀବ୍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।
22ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।
23ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।