ନିହିମୀୟା 3

ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।

Nehemiah 3:23 (UKJV) After him repaired Benjamin and Hashub opposite to their house. After him repaired Azariah the son of Maaseiah the son of Ananiah by his house.

21ତତ୍ପରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବ୍‍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

22ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।

23ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ। ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା।

24ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

25ଉଷୟର ପୁତ୍ର ପାଲାଲ୍‍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.