ନିହିମୀୟା 3

ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।

Nehemiah 3:26 (UKJV) Moreover the Nethinims dwelt in Ophel, unto the place opposite to the water gate toward the east, and the tower that lies out.

24ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।

25ଉଷୟର ପୁତ୍ର ପାଲାଲ୍‍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା।

26ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।

27ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।

28ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.