26ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ।
27ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।
28ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।
29ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା।
30ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍ ଆପଣା କୋଠରି ସମ୍ମୁଖରେ ମରାମତି କଲା।