ନିହିମୀୟା 3

ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା।

Nehemiah 3:29 (UKJV) After them repaired Zadok the son of Immer opposite to his house. After him repaired also Shemaiah the son of Shechaniah, the keeper of the east gate.

27ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।

28ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପର ଭାଗର ମରାମତି କଲେ।

29ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ ଆପଣା ଗୃହ ସମ୍ମୁଖରେ ମରାମତି କଲା। ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶଖନୀୟର ପୁତ୍ର ଶମୟୀୟ ମରାମତି କଲା।

30ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍‍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ଆପଣା କୋଠରି ସମ୍ମୁଖରେ ମରାମତି କଲା।

31ତାହା ପରେ ମଲ୍‍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍କଦ୍‍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.