30ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍ ଆପଣା କୋଠରି ସମ୍ମୁଖରେ ମରାମତି କଲା।
31ତାହା ପରେ ମଲ୍କୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍କଦ୍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା।
32ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।