2ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍କୁର ଗଢ଼ିଲା।
3ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।
4ପୁଣି, ସେମାନଙ୍କ ନିକଟରେ ହକ୍କୋସ୍ର ପୌତ୍ର ଊରୀୟର ପୁତ୍ର ମରେମୋତ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।
5ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।
6ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।