ନିହିମୀୟା 3

ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।

Nehemiah 3:5 (UKJV) And next unto them the Tekoites repaired; but their nobles put not their necks to the work of their LORD.

3ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।

4ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।

5ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।

6ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍‍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।

7ପୁଣି, ସେମାନଙ୍କ ନିକଟରେ ଗିବୀୟୋନୀୟ ମଲାଟୀୟ ଓ ମେରୋଣୋଥୀୟ ଯାଦୋନ ଲୋକମାନେ ମରାମତି କଲେ, ସେମାନେ ଗିବୀୟୋନ୍‍ ଓ ମିସ୍ପା ନଗରର ମୁଖ୍ୟ ଥିଲେ, ନଦୀ ସେପାରିସ୍ଥ ମିସ୍ପା ଦେଶାଧ୍ୟକ୍ଷର ସ୍ଥାନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.