ନିହିମୀୟା 4

ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍‍ବଲ୍ଲଟ୍‍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।

Nehemiah 4:1 (UKJV) But it came to pass, that when Sanballat heard that we built the wall, he was angry, and took great indignation, and mocked the Jews.

1ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍‍ବଲ୍ଲଟ୍‍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।

2ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି? ସେମାନେ କʼଣ ଗଡ଼ବନ୍ଦି କରି ରହିବେ? ସେମାନେ କʼଣ ବଳିଦାନ କରିବେ? ସେମାନେ କʼଣ ଦିନକରେ ସମାପ୍ତ କରିବେ? ସେମାନେ କʼଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ?”

3ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.