8ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।
9ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।
10ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”
11ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”
12ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”