16ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।
17ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;
18ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।
19ଏହାପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଏକଆରେକଠାରୁ ଦୂରରେ ଅଛୁ;
20ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”