1ମାତ୍ର ଆମ୍ଭେମାନେ ପ୍ରାଚୀର ଗଢ଼ୁଅଛୁ ବୋଲି ଶୁଣି ସନ୍ବଲ୍ଲଟ୍ କୁପିତ ଓ ଅତିଶୟ ବିରକ୍ତ ହୋଇ ଯିହୁଦୀୟମାନଙ୍କୁ ପରିହାସ କଲା।
2ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି? ସେମାନେ କʼଣ ଗଡ଼ବନ୍ଦି କରି ରହିବେ? ସେମାନେ କʼଣ ବଳିଦାନ କରିବେ? ସେମାନେ କʼଣ ଦିନକରେ ସମାପ୍ତ କରିବେ? ସେମାନେ କʼଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ?”
3ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।”
4ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର;