18ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।
19ଏହାପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଏକଆରେକଠାରୁ ଦୂରରେ ଅଛୁ;
20ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”
21ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।
22ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”