4ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର;
5ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।
6ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।
7ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।
8ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।