5ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।
6ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।
7ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।
8ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।
9ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।