ନିହିମୀୟା 4

ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।

Nehemiah 4:8 (UKJV) And conspired all of them together to come and to fight against Jerusalem, and to hinder it.

6ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।

7ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍‍ବଲ୍ଲଟ୍‍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।

8ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।

9ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।

10ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.