8ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।
9ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?
10ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ।
11ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”
12ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।