ନିହିମୀୟା 5

ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”

Nehemiah 5:11 (UKJV) Restore, I pray you, to them, even this day, their lands, their vineyards, their olive yards, and their houses, also the hundredth part of the money, and of the corn, the wine, and the oil, that all of you exact of them.

9ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?

10ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ।

11ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”

12ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।

13ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.