ନିହିମୀୟା 5

ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ।

Nehemiah 5:13 (UKJV) Also I shook my lap, and said, So God shake out every man from his house, and from his labour, that performs not this promise, even thus be he shaken out, and emptied. And all the congregation said, Amen, and praised the LORD. And the people did according to this promise.

11ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”

12ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।

13ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ।

14ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍‍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।

15ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.